ଗଣନା ପୁସ୍ତକ 10

ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।

Numbers 10:34 (UKJV) And the cloud of the LORD was upon them by day, when they went out of the camp.

32ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।”

33ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।

34ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।

35ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”

36ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.