4ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
5ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
6ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
7ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
8ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।