8ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।
9ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।
10ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।
11ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?
12ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’