17ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
18ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।
19ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;
20ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”
21ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।’