21ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।’
22ସେମାନଙ୍କୁ ଅଣ୍ଟିବା ଭଳି କʼଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କʼଣ ଏକତ୍ର କରାଯିବ?”
23ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
24ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
25ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।