26ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍ ଓ ଅନ୍ୟର ନାମ ମେଦଦ୍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
27ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।”
28ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
29ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”
30ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।