28ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
29ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”
30ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।
31ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା।
32ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।