1ମୋଶା ଏକ କୂଶୀୟା ସ୍ତ୍ରୀକୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ।
2ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି?” ମାତ୍ର ଏ କଥା ସଦାପ୍ରଭୁ ଶୁଣିଲେ।
3ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।