11ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।
12ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।”
13ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”
14ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥାʼନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।”
15ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।