7ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।
8ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”
9ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।
10ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।
11ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।