ଗଣନା ପୁସ୍ତକ 13

ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।

Numbers 13:21 (UKJV) So they went up, and searched the land from the wilderness of Zin unto Rehob, as men come to Hamath.

19ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;

20ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।

21ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।

22ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍‍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।

23ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.