21ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।
22ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।
23ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।
24ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
25ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ।