22ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।
23ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।
24ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
25ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ।
26ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।