26ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।
27ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।
28ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।
29ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”
30ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”