ଗଣନା ପୁସ୍ତକ 13

ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”

Numbers 13:29 (UKJV) The Amalekites dwell in the land of the south: and the Hittites, and the Jebusites, and the Amorites, dwell in the mountains: and the Canaanites dwell by the sea, and by the coast of Jordan.

27ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।

28ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।

29ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”

30ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”

31ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.