ଗଣନା ପୁସ୍ତକ 13

ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”

Numbers 13:30 (UKJV) And Caleb stilled the people before Moses, and said, Let us go up at once, and possess it; for we are well able to overcome it.

28ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।

29ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”

30ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”

31ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”

32ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.