2“ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”
3ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ।
4ସେମାନଙ୍କର ନାମ ଏହି: ରୁବେନ୍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
5ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;
6ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;