ଗଣନା ପୁସ୍ତକ 14

ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।

Numbers 14:1 (UKJV) And all the congregation lifted up their voice, and cried; and the people wept that night.

1ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।

2ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥାʼନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥାʼନ୍ତୁ!

3ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ୱାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରିଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.