ଗଣନା ପୁସ୍ତକ 14

ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।”

Numbers 14:12 (UKJV) I will strike them with the pestilence, and disinherit them, and will make of you a greater nation and mightier than they.

10ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।

11ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ?

12ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।”

13ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।

14ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନିସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.