ଗଣନା ପୁସ୍ତକ 14

ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,

Numbers 14:15 (UKJV) Now if you shall kill all this people as one man, then the nations which have heard the fame of you will speak, saying,

13ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।

14ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନିସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।

15ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,

16‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।’

17ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ ହେଉ, ଯେପରି ତୁମ୍ଭେ କହିଅଛ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.