14ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନିସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।
15ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,
16‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।’
17ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ ହେଉ, ଯେପରି ତୁମ୍ଭେ କହିଅଛ,
18‘ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।’