18‘ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।’
19ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।”
20ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।
21ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,
22ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,