26ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
27“ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
28ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।
29ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
30ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।