34ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।
35ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।’”
36ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରିଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
37ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।
38ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।