36ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରିଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
37ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।
38ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।
39ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।
40ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”