40ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”
41ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
42କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।
43ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
44ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।