ଗଣନା ପୁସ୍ତକ 14

ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।

Numbers 14:44 (UKJV) But they presumed to go up unto the hill top: nevertheless the ark of the covenant of the LORD, and Moses, departed not out of the camp.

42କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।

43ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”

44ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।

45ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ିଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.