ଗଣନା ପୁସ୍ତକ 14

ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।

Numbers 14:5 (UKJV) Then Moses and Aaron fell on their faces before all the assembly of the congregation of the children of Israel.

3ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ୱାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରିଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”

4ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।”

5ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।

6ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;

7ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.