ଗଣନା ପୁସ୍ତକ 14

ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।

Numbers 14:7 (UKJV) And they spoke unto all the company of the children of Israel, saying, The land, which we passed through to search it, is an exceeding good land.

5ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।

6ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;

7ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।

8ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।

9କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.