8ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,
9ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣିବ।
10ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।
11ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।
12ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ।