ଗଣନା ପୁସ୍ତକ 15

ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”

Numbers 15:16 (UKJV) One law and one manner shall be for you, and for the stranger that sojourns with you.

14ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେପ୍ରକାର କର, ସେ ସେହି ପ୍ରକାର କରିବ।

15ସମାଜ ନିମନ୍ତେ, (ଅର୍ଥାତ୍‍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।

16ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”

17ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ,

18ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.