15ସମାଜ ନିମନ୍ତେ, (ଅର୍ଥାତ୍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।
16ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”
17ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ,
18ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,
19ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।