ଗଣନା ପୁସ୍ତକ 15

ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।

Numbers 15:21 (UKJV) Of the first of your dough all of you shall give unto the LORD an heave offering in your generations.

19ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।

20ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।

21ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।

22ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହି ସବୁ ଆଜ୍ଞା,

23ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁସବୁ ଆଜ୍ଞା ଦେଇଅଛନ୍ତି, ତାହାସବୁ ଯଦି ପାଳନ ନ କର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.