20ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।
21ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
22ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହି ସବୁ ଆଜ୍ଞା,
23ଅର୍ଥାତ୍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁସବୁ ଆଜ୍ଞା ଦେଇଅଛନ୍ତି, ତାହାସବୁ ଯଦି ପାଳନ ନ କର;
24ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।