22ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହି ସବୁ ଆଜ୍ଞା,
23ଅର୍ଥାତ୍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁସବୁ ଆଜ୍ଞା ଦେଇଅଛନ୍ତି, ତାହାସବୁ ଯଦି ପାଳନ ନ କର;
24ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।
25ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।
26ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।