ଗଣନା ପୁସ୍ତକ 15

ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।

Numbers 15:26 (UKJV) And it shall be forgiven all the congregation of the children of Israel, and the stranger that sojourns among them; seeing all the people were in ignorance.

24ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।

25ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।

26ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।

27ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକ ବର୍ଷୀୟ ଏକ ଛାଗବତ୍ସା ଆଣିବ।

28ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.