27ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକ ବର୍ଷୀୟ ଏକ ଛାଗବତ୍ସା ଆଣିବ।
28ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।
29ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ।
30ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
31କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞାଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।”