ଗଣନା ପୁସ୍ତକ 15

ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;

Numbers 15:3 (UKJV) And will make an offering by fire unto the LORD, a burnt offering, or a sacrifice in performing a vow, or in a freewill offering, or in your solemn feasts, to make a sweet savour unto the LORD, of the herd or of the flock:

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

2“ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,

3ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;

4ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,

5ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.