29ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ।
30ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
31କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞାଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।”
32ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।
33ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।