ଗଣନା ପୁସ୍ତକ 15

ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,

Numbers 15:39 (UKJV) And it shall be unto you for a fringe, that all of you may look upon it, and remember all the commandments of the LORD, and do them; and that all of you seek not after your own heart and your own eyes, after which all of you use to go a whoring:

37ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

38“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;

39ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,

40ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।

41ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.