3ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
4ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
5ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।
6ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
7ପୁଣି, ତୁମ୍ଭେ ପେୟ-ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।