ଗଣନା ପୁସ୍ତକ 16

ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;

Numbers 16:1 (UKJV) Now Korah, the son of Izhar, the son of Kohath, the son of Levi, and Dathan and Abiram, the sons of Eliab, and On, the son of Peleth, sons of Reuben, took men:

1ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;

2ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।

3ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.