ଗଣନା ପୁସ୍ତକ 16

ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?”

Numbers 16:11 (UKJV) For which cause both you and all your company are gathered together against the LORD: and what is Aaron, that all of you murmur against him?

9ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି,

10ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ?

11ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?”

12ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।

13ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.