19ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।
20ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
21“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”
22ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”
23ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,