22ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”
23ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
24“ତୁମ୍ଭେ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଯାଅ।’”
25ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍ଗମନ କଲେ।
26ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”