ଗଣନା ପୁସ୍ତକ 16

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Numbers 16:36 (UKJV) And the LORD spoke unto Moses, saying,

34ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, “କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।”

35ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।

36ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

37“ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହି ସବୁ ଅଙ୍ଗାରଧାନୀ ବାହାର କରିନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହି ସବୁ ପବିତ୍ର;

38ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.