ଗଣନା ପୁସ୍ତକ 16

ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।

Numbers 16:40 (UKJV) To be a memorial unto the children of Israel, that no stranger, which is not of the seed of Aaron, come near to offer incense before the LORD; that he be not as Korah, and as his company: as the LORD said to him by the hand of Moses.

38ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”

39ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହି ସବୁ ନେଲା;

40ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।

41ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”

42ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.