41ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”
42ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।
43ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।
44ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
45“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁ ମାଡ଼ି ପଡ଼ିଲେ।”