3ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”
4ତହୁଁ ମୋଶା ତାହା ଶୁଣି ମୁହଁ ମାଡ଼ି ପଡ଼ିଲେ;
5ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।
6ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
7ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”