ଗଣନା ପୁସ୍ତକ 17

ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ।

Numbers 17:11 (UKJV) And Moses did so: as the LORD commanded him, so did he.

9ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।

10ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।”

11ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ।

12ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।

13ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍‍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.